ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ: ୫ଟି ଅଭିଯୋଗର ତୁରନ୍ତ ଫଇସଲା, ୨ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୮ ହଜାର ଟଙ୍କା ଲେଖାଏଁ ଚିକିତ୍ସା ସହାୟତା ପ୍ରଦାନ

ଅନୁଗୋଳ: ଆଜି ଜିଲ୍ଲାପାଳ ଅବଦାଲ୍ ମହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ତାଳଚେର ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜନଶୁଣାଣି ଶିବିରରେ ମୋଟ ୬୩ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୪୮ଟି ବ୍ୟକ୍ତିଗତ ଓ ୧୫ଟି ଗୋଷ୍ଠୀଗତ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୫ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଛି। ୨ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୮ ହଜାର ଟଙ୍କା ଲେଖାଏଁ ଚିକିତ୍ସା ସହାୟତା ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଆଇଏଏସ ପ୍ରୋବେସନର ଅଭି ଜୈନ, ଜିଲ୍ଲା ପରିଷଦର ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଗୌରବମୟ ପ୍ରଧାନ, ତାଳଚେର ଉପଜିଲ୍ଲାପାଳ ପ୍ରଜ୍ଞାନନ୍ଦନ ଗିରି, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରାଜୀବ ଲୋଚନ ପଣ୍ଡା, ତାଳଚେର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ବରାଳ, ତାଳଚେର ତହସିଲଦାର ଆଲଫା ଜେନା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମଧୁସ୍ମିତା ନନ୍ଦ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀନିବାସ ସାହୁ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଦିବ୍ୟ ସ୍ୱରୂପ ପଣ୍ଡା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଷ୍ପାଞ୍ଜଳି ଶତପଥୀ, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରରେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ। The post ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ: ୫ଟି ଅଭିଯୋଗର ତୁରନ୍ତ ଫଇସଲା, ୨ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୮ ହଜାର ଟଙ୍କା ଲେଖାଏଁ ଚିକିତ୍ସା ସହାୟତା ପ୍ରଦାନ first appeared on Dreams Rider news.

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ: ୫ଟି ଅଭିଯୋଗର ତୁରନ୍ତ ଫଇସଲା, ୨ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୮ ହଜାର ଟଙ୍କା ଲେଖାଏଁ ଚିକିତ୍ସା ସହାୟତା ପ୍ରଦାନ

ଅନୁଗୋଳ: ଆଜି ଜିଲ୍ଲାପାଳ ଅବଦାଲ୍ ମହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ତାଳଚେର ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜନଶୁଣାଣି ଶିବିରରେ ମୋଟ ୬୩ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୪୮ଟି ବ୍ୟକ୍ତିଗତ ଓ ୧୫ଟି ଗୋଷ୍ଠୀଗତ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୫ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଛି। ୨ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୮ ହଜାର ଟଙ୍କା ଲେଖାଏଁ ଚିକିତ୍ସା ସହାୟତା ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଆଇଏଏସ ପ୍ରୋବେସନର ଅଭି ଜୈନ, ଜିଲ୍ଲା ପରିଷଦର ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଗୌରବମୟ ପ୍ରଧାନ, ତାଳଚେର ଉପଜିଲ୍ଲାପାଳ ପ୍ରଜ୍ଞାନନ୍ଦନ ଗିରି, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରାଜୀବ ଲୋଚନ ପଣ୍ଡା, ତାଳଚେର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ବରାଳ, ତାଳଚେର ତହସିଲଦାର ଆଲଫା ଜେନା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମଧୁସ୍ମିତା ନନ୍ଦ, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀନିବାସ ସାହୁ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଦିବ୍ୟ ସ୍ୱରୂପ ପଣ୍ଡା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଷ୍ପାଞ୍ଜଳି ଶତପଥୀ, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରରେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ। The post ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ: ୫ଟି ଅଭିଯୋଗର ତୁରନ୍ତ ଫଇସଲା, ୨ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୮ ହଜାର ଟଙ୍କା ଲେଖାଏଁ ଚିକିତ୍ସା ସହାୟତା ପ୍ରଦାନ first appeared on Dreams Rider News.